ରାଜ୍ୟ ସମ୍ମାନ ସହିତ କରାଯିବ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଶେଷକୃତ୍ୟ

Above Post Content

ଭୁବନେଶ୍ୱର : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ଶେଷକୃତ୍ୟ ରାଜ୍ୟ ସମ୍ମାନ ସହିତ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସ୍ୱରୂପଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ୱତନ୍ତ୍ର ହୋଇ ରହିବ । ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଯୋଗଦାନ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Middle post content

କ୍ୟାନ୍ସରରେ ପୀଡ଼ିତ ଥିଲେ ସ୍ୱରୂପ

After 2nd paragraph post ads

ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଶୁକ୍ରବାର ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନ୍ସର ସହ ଲଢୁଥିବା ସ୍ୱରୂପଙ୍କର ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । ଗତ ୫ ଦିନ ତଳେ ଗୁରୁତର ଅସୁସ୍ଥ ହୋଇ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେଠାରେ ଚିକିତ୍ସାଧିକ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ୮ ଫେବୃଆରୀ ୧୯୪୭ରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପନାୟକ । ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ । ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ । ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ । ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ । ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ । ୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ସହର ଜଳୁଛି, ଲାଲ୍ ପାନ୍ ବିବି, ଉଦଣ୍ଡୀ ସୀତା, ସିନ୍ଦୂର ନୁହେଁ ଖେଳଘର, ମନ ରହିଗଲା ତୁମଠାରେ, ପୁଅ ମୋର ଭୋଳା ଶଙ୍କର, ଆଇ ଲଭ୍ ୟୁ ଓ କଥାନ୍ତର ଭଳି ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ‘ମୁଁ ତୁମକୁ ଭଲ ପାଏ’, ‘ଗାଁ ମଝିରେ ଚାନ୍ଦିନି’, ‘ଚାଲିରେ ତୋର ପଦ୍ମ ଫୁଟେ’ ଏବଂ ‘ ଓଢଣି ଓଢଣି ନାଲି ଓଢଣି’ ଭଳି ଅନେକ ଲୋକ ପ୍ରିୟ ଗୀତରେ ସ୍ୱରୂପ ନିର୍ଦ୍ଦେଶନା ଦେଇଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami