ଆର୍ôଥକ ସାହାଯ୍ୟ କରୁଛି ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’

Above Post Content

ଭୁବନେଶ୍ୱର: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାରମାନଙ୍କ ହିତ ପାଇଁ ରହିଛି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା” । ନିକଟରେ କଳାକାରମାନଙ୍କ ସହାୟତା ରାଶି ବୃଦ୍ଧି କରାଯାଇଛି । ତେବେ କଳାକାରଙ୍କ ସହାୟତା ରାଶି ବଢିବା ପରେ ଏହି ଯୋଜନାର ହିତାଧିକାରୀମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ଓ ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଉଛନ୍ତି । ଏହାଦ୍ୱାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ ।

Middle post content

ପ୍ରଚାର ପ୍ରସାରରେ କଳାକାରଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

After 2nd paragraph post ads

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାରମାନଙ୍କୁ ମାସିକ ୧୨୦୦ ଟଙ୍କା ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି , ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ । ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି । ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ୧୨୦୦ ଟଙ୍କାରୁ ୨୦୦୦ ଟଙ୍କାକୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ୱ କଳାକାରମାନଙ୍କର କଳାକାର ସହାୟତା ରାଶି ୧୨୦୦ଟଙ୍କାରୁ ୨୫୦୦ ଟଙ୍କାକୁ ବୃଦ୍ଧି କରାଯାଇଅଛି । ଏହି ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯାଇଛି । ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ୱାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami