ଗୋଟିଏ ଦିନରେ ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Above Post Content

ଭୁବନେଶ୍ୱର : ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି । ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ୪ଟି ଜିଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଛି । ୧୫ଟି ଜିଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

କୃଷିର ବିକାଶ ଉପରେ ପ୍ରାଥମିକତା

After 2nd paragraph post ads
Middle post content

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀର କଲ୍ୟାଣ ଓ କୃଷିର ବିକାଶ ମୋ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହିଆସିଛି । ମୁଁ ପ୍ରତିଦିନ ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳର ଚାଷୀ ଭାଇଭଉଣୀମାନଙ୍କୁ ଭେଟୁଛି । ଚାଷୀଙ୍କ ପାଇଁ ଆମର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ଖୁବ୍ ଭଲ କାମ କରୁଛି । ଏହି ସବୁ ପ୍ରକଳ୍ପଗୁଡ଼ିକରେ ୫-ଟି ଉପକ୍ରମ ଅଧୀନରେ ଟେକ୍ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗଡ଼ିକୁ ତ୍ୱରାନ୍ୱିତ କରାଯାଉଛି । ଭୂତଳ ପାଇପ୍‌ଲାଇନ ଜରିଆରେ ଜଳସେଚନ ଯୋଗୁ ବିସ୍ଥାପନ ସମସ୍ୟା ଦୂର ହୋଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ । ଆଜିର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ନୟାଗଡ଼ର କୁସୁମୀ ବ୍ୟାରେଜ ଉଦ୍‌ଘାଟିତ ହୋଇଛି । ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ୍‌ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହା ଦ୍ୱାରା ୯୨୫୪ ଏକର ଜମିକୁ ଜଳସେଚନ ଯୋଗାଇ ଦିଆଯାଇ ପାରିବ ଏବଂ ୩ଟି ବ୍ଲକର ୪୯ଟି ଗ୍ରାମର ୧.୫ଲକ୍ଷ ଲୋକ ଉପକୃତ ହେବେ । ଏହା ସହିତ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପ ଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର ଲୋକାର୍ପଣ ମଧ୍ୟ କରାଯାଇଛି ।

ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ

ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହାଦ୍ୱାରା କଟକ ଜିଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ଓ ୧ ମେଗାୱାଟ୍‌ର ବିଦ୍ୟୁତ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି । ହାଡୁଆ ଡ୍ୟାମ୍ ଓ ତା’ର ଭୂତଳ ପାଇପ୍‌ଲାଇନ ବଣ୍ଟନ ବ୍ୟବସ୍ଥାର ବ୍ୟୟ ଅଟକଳ ଯଥାକ୍ରମେ ୨୬୫.୨୪ କୋଟି ଓ ୧୯୫.୮୯ କୋଟି ଟଙ୍କା ଅଟେ ।କଟକ ଡିମିରିଆ-ରାଉତପଡ଼ା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପୀନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପ୍‌ଲାଇନ ଓ ଅନ୍ୟାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami