ବନକଲାଗି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Above Post Content

ପୁରୀ: ଦେଢମାସ ଧରି ବନ୍ଦ ରହିଥିବା ମହାପ୍ରଭୁଙ୍କ ବନକଲାଗି ଗୁରୁବାର ଅନୁଷ୍ଠିତ ହେବ । ଗୁରୁବାର ଆଶ୍ୱିନ-କୃଷ୍ଣ ଷଷ୍ଠୀ ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ନୀତି କରାଯିବ । ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ । ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ ।ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଏହି ନୀତି କରାଯିବ । ରତ୍ନବେଦୀରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ହରିତାଳ, ଶଙ୍ଖ, କସ୍ତୁରୀ, ହିଙ୍ଗୁଳ, କଳା ଆଦି ଦେଶୀୟ ରଙ୍ଗରେ ଶୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ ଟା ଯାଏଁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।

Middle post content

କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

After 2nd paragraph post ads

ନୀଳାଦ୍ରି ବିଜେ ପରେ ବନକଲାଗିକୁ ନେଇ ବିବାଦ ଦେଖା ଦେଇଥିଲା । ବୁଧବାର ବନକଲାଗି ହେବ କି ଗୁରୁବାର, ଏହାକୁ ନେଇ ଅଡ଼ୁଆ ନ ତୁଟିବାରୁ ରଥଯାତ୍ର ପରେ ପରେ ପ୍ରାୟ ଦେଢ଼ ମାସ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଥିଲା । ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି କରିବାକୁ ଜିଦ୍ ଧରିଥିଲା ।ଅନ୍ୟପଟେ ଦତ୍ତ ମହାପାତ୍ର ସେବକ ଗୁରୁବାର ବନକଲାଗି କରିବାକୁ ଜିଦ୍ ଧରିଥିଲେ । ଏହି ବାଦବିବାଦ ଭିତରେ ପ୍ରାୟ ଦେଢ଼ ମାସ ବନକଲାଗି ଅଟକି ରହିବା ପରେ ଶେଷରେ ଅଗଷ୍ଟ ୨୮ରେ ହିଁ ବନକଲାଗି ହୋଇଥିଲା । ସେପ୍ଟେ୍ଟମ୍ବର ମାସରେ ଆଦୌ ବନକଲାଗି ହୋଇ ନାହିଁ । ସୂଚନାଯୋଗ୍ୟ, ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପିରେ ପ୍ରତି ସପ୍ତାହର ବୁଧବାର ଅବା ଗୁରୁବାର ବନକଲାଗି କରିବା ନେଇ ଉଲ୍ଲେଖ ରହିଛି ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami