ବିଜୁବାବୁଙ୍କୁ ମନେ ପକାଇଲା ସାରା ଦୁନିଆ

Above Post Content

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଦିବସ । ବିକାଶ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ରାଜ୍ୟ । ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି । ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ୱିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ପ୍ରବାଦ ପୁରୁଷଙ୍କ ଅବଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

After 2nd paragraph post ads
Middle post content

ସେହିପରି ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଟ୍ୱିଟ୍ କରି ପ୍ରବାଦ ପୁରୁଷଙ୍କ ଅବଦାନକୁ ମନେ ପକାଇଛନ୍ତି । ମୋଦୀ ଲେଖିଛନ୍ତି, ବିଜୁ ବାବୁଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ ଅଦମ୍ୟ ସାହସ ସମସ୍ତଙ୍କୁ ପ୍ରେରଣା ଯୋଗାଇ ଆସୁଛି । ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଆଦର୍ଶ ହୋଇ ରହିବ । ଆଜି ପରି ମହତ୍ତ୍ୱ୍ୱପୂର୍ଣ୍ଣ ଦିନରେ ସେ ଓଡ଼ିଶାରେ ଉପସ୍ଥିତ ରହିବେ ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି ।

ଓଡ଼ିଶାର ପ୍ରଗତି ପାଇଁ ସଂକଳ୍ପ ନେବାକୁ ଆହ୍ୱାନ

ସେହିପରି ଟୁଇଟ୍ କରି ସାଂସଦ ମାନସ ରଞ୍ଜନ ମଙ୍ଗରାଜ ମଧ୍ୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପଞ୍ଚାୟତିରାଜ ଦିବସ ତଥା ଓଡ଼ିଶା ମାଟିର ସ୍ୱାଭିମାନର ପ୍ରତୀକ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀରେ ଓଡ଼ିଶାର ପ୍ରଗତି ପାଇଁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଛନ୍ତି ସାଂସଦ ମାନସ ମଙ୍ଗରାଜ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଅସୀମ ବୀରତ୍ୱର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଭୂମିପୁତ୍ର ବିଜୁବାବୁଙ୍କ ଅଗାଢ଼ ଦେଶପ୍ରେମ, ଅଦମ୍ୟ ସାହସ ଓ ପରାକ୍ରମ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ । ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନ ଅତୁଳନୀୟ । ବିଜୁ ବାବୁଙ୍କ ନୀତି ଓ ଆଦର୍ଶକୁ ପାଥେୟ କରି ଏକ ହୋଇ କାମ କରିବା ସହ ନୂଆ ଓଡ଼ିଶା ଗଢ଼ିବାକୁ ଆହ୍ୱାନ ଦେଇଛନ୍ତି ସାଙ୍ଗଠନିକ ସମ୍ପାଦକ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami