ଟ୍ରମ୍ପଙ୍କୁ ଝଟ୍‌କା: ଲଢ଼ି ପାରିବେନି ରାଷ୍ଟ୍ରପତି ନିର୍ବାଚନ

Above Post Content

ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା । ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ି ପାରିବେନି । କ୍ୟାପିଟଲ୍ ହିଂସା ମାମଲାରେ ତାଙ୍କୁ ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷଣା କରିଛନ୍ତି କୋଲୋରାଡୋ କୋର୍ଟ । ଆମେରିକୀୟ ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ ଏହି ରାୟ ଦେଇଛନ୍ତି କୋର୍ଟ । ବିଦ୍ରୋହ ସଂପର୍କିତ ଏହି ଧାରାକୁ ବ୍ୟବହାର କରି କୌଣସି ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମେରିକା ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରାଯିବା ଆମେରିକା ଇତିହାସର ପ୍ରଥମ ଘଟଣା । ୨୦୨୧ ଜାନୁଆରୀ ୬ରେ କ୍ୟାପିଟଲ୍ ହିଂସାକୁ ଉସୁକାଇବା ଅଭିଯୋଗରେ ଟ୍ରମ୍ପଙ୍କ ବିରୋଧରେ ଏଭଳି ନିଷ୍ପତ୍ତି ହୋଇଛି ।

Middle post content

ଟ୍ରମ୍ପଙ୍କ ସମର୍ଥକ ହ୍ୱାଇଟ ହାଉସରେ ପଶି କରିଥିଲେ ବ୍ୟାପକ ଭଙ୍ଗାରୁଜା

After 2nd paragraph post ads

କୋଲୋରାଡୋ କୋର୍ଟଙ୍କ ଏହି ରାୟକୁ ଚାଲେଞ୍ଜ କରି ଉପର ଅଦାଲତର ଦ୍ୱାରସ୍ଥ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ । ଗତ ୨୦୨୦ ମସିହା ନଭେମ୍ବରରେ ହୋଇଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ ରାଷ୍ଟ୍ରପତି ପଦ ହରାଇଥିଲେ । ମାତ୍ର ସେ ନିଜ ପରାଜୟକୁ ସ୍ୱୀକାର କରିବାକୁ ପ୍ରସ୍ତୁତ ନ ଥିଲେ । ପରେ ୨୦୨୧ ଜାନୁୟାରୀରେ ଆମେରିକାରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା । ଟ୍ରମ୍ପଙ୍କ ସମର୍ଥକ ହ୍ୱାଇଟ ହାଉସରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami