ତିନି ଚତୁର୍ଥାଂଶ ଆସନରେ ଜିତିବ ବିଜେଡ଼ି

Above Post Content

ଭୁବନେଶ୍ୱର: ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ବ୍ୟବଧାନରେ ବାଜିମାତ କରିବ ବୋଲି ଆକଳନ କରିଛନ୍ତି ବିଜେଡି ନେତା ତଥା ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଭୁବନେଶ୍ୱରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗ ଦେଇ ଶ୍ରୀ ପାଣ୍ଡିଆନ ଏହା କହିଛନ୍ତି । ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ବ୍ୟବଧାନରେ ବିଜୟୀ ହୋଇ ପୁଣି ଥରେ ସରକାରକୁ ଆସୁଛନ୍ତି । ବିଜେଡି ତିନି ଚତୁର୍ଥାଂଶ ଆସନରେ ବିଜୟୀ ହେବା ସୁନିଶ୍ଚିତ । ସେହିଭଳି ଲୋକସଭାରେ ମଧ୍ୟ ଗତଥରଠାରୁ ଭଲ ପ୍ରଦର୍ଶନ କରିବ ଦଳ । ସେଥିପାଇଁ ଲୋକଙ୍କଠୁ ଦୁଇଟି ଆଶୀର୍ବାଦ ଦରକାର । ଗୋଟିଏ ବିଧାନସଭା ପାଇଁ ଓ ଅନ୍ୟଟି ଲୋକସଭା ପାଇଁ । ପ୍ରାର୍ଥୀକୁ ଦେଖିବେ ନାହିଁ । ନବୀନ ପଟ୍ଟନାୟକ ଓ ଶଂଖ ଚିହ୍ନକୁ ଦେଖିବେ । କାରଣ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ନବୀନ ପଟ୍ଟନାୟକ ଓ ଶଙ୍ଖ ଚିହ୍ନ ହିଁ ଛିଡ଼ା ହୋଇଛି । ବିକାଶ ଧାରାକୁ ଆହୁରି ଆଗକୁ ନେବା ପାଇଁ ନବୀନ ପଟ୍ଟନାୟକ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।

ଓଡ଼ିଶା ଗଠନରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଶ୍ରମିକଙ୍କର

After 2nd paragraph post ads
Middle post content

ଶ୍ରୀ ପାଣ୍ଡିଆନ ଆହୁରି କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ବିଚାରରେ ସଶକ୍ତ ଓ ନବୀନ ଓଡ଼ିଶା ଗଠନରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଶ୍ରମିକଙ୍କର । ସବୁ ବିକାଶ କାମ ପଛରେ ରହିଛି ଶ୍ରମିକଙ୍କ ହାତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପିତା ବିଜୁ ପଟ୍ଟନାୟକ ଗୋଟେ ସମୟରେ ୧୧ଟଙ୍କାରୁ ୨୫ ଟଙ୍କାକୁ ଦୈନିକ ମଜୁରୀ ବୃଦ୍ଧି ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ । ଏବେ ମଧ୍ୟ ନବୀନ ପଟ୍ଟନାୟକ ସର୍ବାଧିକ ୧୦୦ ଟଙ୍କା ମଜୁରୀ ବୃଦ୍ଧି କରି ରେକର୍ଡ କରିଛନ୍ତି । ସରକାରଙ୍କ ବିଭିନ୍ନ ବିଭାଗ ମଜୁରୀ ବୃଦ୍ଧି ସପକ୍ଷରେ ନଥିଲେ । କାରଣ ୧୦୦ ଟଙ୍କା ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାରଙ୍କ ଉପରେ ବାର୍ଷିକ ୫ରୁ ୬ହଜାର କୋଟି ଟଙ୍କାର ଅଧିକ ବୋଝ ପଡ଼ିବ ବୋଲି ଆକଳନ କରାଯାଇଥିଲା । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଯୁକ୍ତି ଥିଲା ଯେଉଁ ଶ୍ରମିକମାନେ ରାଜ୍ୟ ବିକାଶର ମୁଖ୍ୟ ବିନ୍ଧାଣୀ ସେମାନଙ୍କ ପାଇଁ ୫/୬ ହଜାର କୋଟିର ବୋଝ ନେବାକୁ ସରକାର ପ୍ରସ୍ତୁତ । ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ୩୫୦ଟଙ୍କାରୁ ମଜୁରୀ ୪୫୦ଟଙ୍କାକୁ ବୃଦ୍ଧି କରିଛନ୍ତି । ଆହୁରି ବହୁତ କିଛି କରିବାକୁ ବାକି ଅଛି । ଏଥର ସରକାରକୁ ଆସିଲେ ସେ ସବୁ ପୂରଣ କରାଯିବ ।

୯୦ ପ୍ରତିଶତ ଲୋକ ପାଇଛନ୍ତି ବିଏସ୍‌କେୱାଇ କାର୍ଡ

ସେହିପରି ଗ୍ରାମାଞ୍ଚଳରେ ରହୁଥିବା ୯୦ ପ୍ରତିଶତ ଲୋକ ବିଏସ୍‌କେୱାଇ କାର୍ଡ ପାଇଛନ୍ତି । ଫଳରେ ବସ୍ତିରେ ରହୁଥିବା ଲୋକ ମଧ୍ୟ ବଡ଼ ବଡ଼ ବେସରକାରୀ ହସ୍ପିଟାଲରେ ଚିକିତ୍ସା କରିବାକୁ ସାହସ କରିପାରୁଛନ୍ତି । ରାଜ୍ୟରେ ଏବେ ୧୦ ହଜାରରୁ ଅଧିକ ମନ୍ଦିରର ରୂପାନ୍ତର କାର୍ଯ୍ୟ ଜାରି ରହିଛି । କଟକର ରୂପରେଖ ବଦଳିଯାଇଛି । ସମଲେଶ୍ୱରୀ ମନ୍ଦିରର ରୂପାନ୍ତର ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କେମିତି ହୋଇଛି ବୋଲି ପ୍ରଶ୍ନ କରିଥିଲେ । ଏସବୁ ଶ୍ରମିକମାନଙ୍କ ପାଇଁ ସମ୍ଭବ ହୋଇଛି ବୋଲି ସେ କହିଥିଲେ । ଏହି ସମ୍ମିଳନୀରେ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ସୁଶାନ୍ତ ରାଉତ, ବିଜୁ ଶ୍ରମିକ ସାମ୍ମୁଖ୍ୟର ସାଧାରଣ ସମ୍ପାଦକ ସୁବାସ ସିଂ, ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜୁ ଶ୍ରମିକ ସାମୁଖ୍ୟର ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ଯୋଗ ଦେଇଥେôଲ ।

Below Post Content

Leave a Comment

Your email address will not be published. Required fields are marked *

Scroll to Top
Close Bitnami banner
Bitnami